Home Breaking News / ତାଜା ଖବର ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଅନୁଗୁଳ: ଅନୁଗୁଳ ଜିଲ୍ଲା ବଇଣ୍ଡା ଗ୍ରାମ ଉନ୍ନୟନ ବିଭାଗ କନିଷ୍ଠ ଯନ୍ତ୍ରୀଙ୍କ ଘରେ ବୁଧବାର ସକାଳେ ଭିଜିଲାନ୍ସ ରେଡ୍ ହୋଇଛି। କନିଷ୍ଠ ଯନ୍ତ୍ରୀ ବସନ୍ତ କୁମାର ବସ୍ତିଆଙ୍କ ବଇଣ୍ଡାସ୍ଥିତ ସରକାରୀ ବାସଭବନ ଓ ନିଆଳୀସ୍ଥିତ ବାସଭବନରେ ଏକକାଳୀନ କଟକ ଓ ଅନୁଗୁଳ ଭିଜିଲାନ୍ସ ବିଭାଗ ମିଳିତ ଚଢ଼ାଉ କରିଥିବା ସୂଚନା ମିଳିଛି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ କରାଯାଉଛି। ଅଦ୍ୟାବଧି ଚଢ଼ାଉ ଜାରି ରହିଥିବା ଯୋଗୁଁ କୌଣସି ପ୍ରତିକ୍ରିୟା ଦେବାକୁ ଭିଜିଲାନ୍ସ ବିଭାଗ ମନା କରିଛି।

related posts

Leave a Comment