Home Breaking News / ତାଜା ଖବର ନଭେମ୍ବରରେ ଖୋଲିବନି ସ୍କୁଲ: ମନ୍ତ୍ରୀ

ନଭେମ୍ବରରେ ଖୋଲିବନି ସ୍କୁଲ: ମନ୍ତ୍ରୀ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର: ପୂର୍ବରୁ ଚଳିତମାସ ସ୍କୁଲ୍ ଖୋଲାଯିବା ନେଇ ଯେଉଁ ନିଷ୍ପତ୍ତି ହୋଇଥିଲା, ରାଜ୍ୟ ସରକାର ତାକୁ ସାମୟିକ ଭାବେ ସ୍ଥଗିତ ରଖିଛନ୍ତି। ଏଣୁ ନଭେମ୍ବର ମାସରେ ନବମରୁ ଦ୍ୱାଦଶ ଶ୍ରେଣୀ ଲାଗି ସ୍କୁଲ୍ ଖୋଲିବ ନାହିଁ। ଏନେଇ ସ୍କୁଲ ଓ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ରାଜ୍ୟରେ ଡିସେମ୍ବରରେ ଦ୍ୱିତୀୟ ପର୍ଯ୍ୟାୟ ସଂକ୍ରମଣ ନେଇ ଆଶଙ୍କା ପ୍ରକାଶ ପାଇଛି। ଏହାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆନ୍ଧ୍ରପ୍ରଦେଶ ସମେତ କେତେ ରାଜ୍ୟରେ ସ୍କୁଲ ଖୋଲିବା ପରେ ଶିକ୍ଷକ ଓ ଛାତ୍ରଛାତ୍ରୀ ବହୁମାତ୍ରାରେ କରୋନାରେ ସଂକ୍ରମିତ ହୋଇଛନ୍ତି। ଏହା ଚିନ୍ତା ବଢାଇଛି। ଆନ୍ଧ୍ର ଭଳି ସଂକ୍ରମଣ ସ୍ଥିତି ଆଶଙ୍କା କରି ନିଷ୍ପତ୍ତି ବଦଳାଯାଇଛି। କରୋନା ଯୋଗୁଁ ଚଳିତ ବର୍ଷ ମାର୍ଚ୍ଚରୁ ସ୍କୁଲ ବନ୍ଦ ରହିଛି। ଅନଲାଇନରେ ଛାତ୍ରଛାତ୍ରୀଙ୍କ ପାଠପଢା ଚାଲିଛି।

related posts

Leave a Comment