Home Breaking News / ତାଜା ଖବର କରୋନାରେ ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିଲା ୧୫ ଲକ୍ଷ ଟଙ୍କା ସହାୟତା

କରୋନାରେ ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିଲା ୧୫ ଲକ୍ଷ ଟଙ୍କା ସହାୟତା

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର: କରୋନା ଲଢେଇରେ ଜୀବନ ହରାଇଥିବା ସାମ୍ବାଦିକଙ୍କୁ ମିଳିଲା ସହାୟତା । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ କରୋନାରେ ସମ୍ବାଦିକ ତାରିଣୀ ପିଢୀଙ୍କ ମୃତ୍ୟୁ ପରେ ତାଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ଯୋଗାଇ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ସୂଚନା ଦିଆଯାଇଛି ।

ଗତ ସେପ୍ଟେମ୍ବର ୨୯ରେ କନ୍ଧମାଳ ଜିଲ୍ଲାରେ ଦୈନିକ ଖବର କାଗଜ ‘ପ୍ରମେୟ’ ର କନ୍ଧମାଳ ପ୍ରତିନିଧୀ ସାମ୍ବାଦିକ ତାରିଣୀ ଚନ୍ଦ୍ର ପାଢ଼ିଙ୍କ ମୃତ୍ୟୁ ହୋଇଥିଲା । ସେ ପ୍ରଥମେ କରୋନାରେ ଆକ୍ରାନ୍ତ ହେବା ପରେ ତାଙ୍କୁ ଭୁବନେଶ୍ୱରସ୍ଥିତ କିମ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ତେଣୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ତାଙ୍କ ପତ୍ନୀ ସବିିତା ପାଢ଼ିଙ୍କୁ ୧୫ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯାଇଛି । ମୃତ ତାରିଣୀଙ୍କ ପରିବାରରେ ଏବେ ତାଙ୍କର ପତ୍ନୀ ଓ ଦୁଇ ଝିଅ ଅଛନ୍ତି।

related posts

Leave a Comment