Home Breaking News / ତାଜା ଖବର ବାରିପଦାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସହ ଭୂବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

ବାରିପଦାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସହ ଭୂବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ମୟୁରଭଞ୍ଜ(ଅବିନାଶ ମହାନ୍ତି: ବାରିପଦାରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀଙ୍କ ସହ ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ମୂଖପାତ୍ର ଅପରାଜିତା ଷଡ଼ଙ୍ଗୀ । ବାରିପଦା ସହରର ଓ୍ବାର୍ଡ ନମ୍ବର ୨୬ ଠାରେ ଭବ୍ୟ ଶ୍ରୀରାମମନ୍ଦିର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଯୋଗଦେବାକୁ ଆସିଛନ୍ତି ଏହି ବିଜେପି ଦଳର ଏହି ଦୁଇ ତୁଙ୍ଗନେତା । ଏମାନଙ୍କ ସହ ମୟୂରଭଞ୍ଜ ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ସମ୍ପାଦକ ବିଶେଶ୍ବର ଟୁଡୁ , ବାରିପଦା ବିଧାୟକ ପ୍ରକାଶ ସୋରେନ ଏବଂ ଦଳର ଅନେକ ନେତୃବୃନ୍ଦ ଉପସ୍ଥିତ ରହିଥିଲେ ।

ଜିଲ୍ଲା ବିଜେପି ପକ୍ଷରୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏବଂ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ପାଲବଣୀ ବାଇପାସ୍ ଠାରେ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇ ଏକ ବିରାଟ ଶୋଭାଯାତ୍ରାରେ ପାଛୋଟି ନେଇ ବାରିପଦା ସହର ପରିକ୍ରମା କରିବା ସହିତ ପୂର୍ଵ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିଥିଲେ । ପରେ ଶ୍ରୀରାମ ମନ୍ଦିର ନିର୍ମାଣ ସ୍ଥଳରେ ଆୟୋଜିତ ଭୂମିପୂଜନ ଓ ଶିଳାନ୍ୟାସ ଉତ୍ସବରେ ଯୋଗଦେଇ ଥିଲେ।

related posts

Leave a Comment