Home Breaking News ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜିଲାସ୍ତରୀୟ ନୋଡାଲ ବୈଠକ ଅନୁଷ୍ଠିତ

by Times One Odia
Share with
     
 
 
   

ନବରଙ୍ଗପୁର (ରବି ନାରାୟଣ ମହାନ୍ତି): ନବରଙ୍ଗପୁର ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ତରୀୟ ନୋଡାଲ ଅଧିକାରୀ ମାନଙ୍କ ସହିତ ଏକ ସମୀକ୍ଷା ବୈଠକ ଜିଲ୍ଲାପାଳ ଡାକ୍ତର ଅଜିତ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ବୈଠକରେ ନୋଡାଲ ଅଧିକାରୀ, ପିଡି ଡିଆରଡିଏ ରମାକାନ୍ତ ନାୟକ, ଉପ ଜିଲ୍ଲାପାଳ ଭାସ୍କର ରୋଇତ, ଏପିଡ଼ି ଡିଆରଡିଏ (ଏଡିଏମଏନ )*
ଶ୍ରୀ ରତ୍ନାକର ସାହୁ, ଜିଲ୍ଲା ଜରୁରୀ କାଳୀନ ଅଧିକାରୀ, ମୌସୁମୀ ନାୟକ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ସୁରେଶ ପଟନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ, ପବିତ୍ର ମୋହନ ପ୍ରଧାନ, ଜିଲ୍ଲା ପଞ୍ଚାୟତ ଅଧିକାରୀ, ଶିଶିର କୁମାର ପାଣି, ଜିଲ୍ଲା ଶ୍ରମ ଅଧିକାରୀ, ନରେନ୍ଦ୍ର କୁମାର ଗାଇପାଇ, ନିର୍ବାହୀ ଯନ୍ତ୍ରୀ, ଗ୍ରାମ୍ୟ ଜଳଯୋଗାଣ, ଅମରେନ୍ଦ୍ର ପାଢ଼ୀ, ଜିଲ୍ଲା ନିୟୋଜନ ଅଧିକାରୀ, ତତ୍ତ୍ୱମସି ମହାପାତ୍ରଙ୍କ ବ୍ୟତୀତ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ, ଚୌଧୁରୀ ଶୋଭାରାଣୀ ମିଶ୍ର, ଅତିରିକ୍ତ ଜିଲ୍ଲାପାଳ, ନିମାଇ ଚରଣ ସୁତାର, ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, ମେହେରୁ ମିଶା ବେଗମ, ଜିଲ୍ଲା ଶିକ୍ଷା ଅଧିକାରୀ, ଚନ୍ଦ୍ରଶେଖର ପାଣିଗ୍ରାହୀ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପଞ୍ଚାନନ ପଣ୍ଡା ଙ୍କ ସହିତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ । ବୈଠକରେ ନବରଙ୍ଗପୁର ଜିଲ୍ଲାରେ ସରକାର ଙ୍କ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଓ ବିକାଶ ମୁଖୀ କାର୍ଯ୍ୟକ୍ରମ ସମ୍ପର୍କରେ ସମୀକ୍ଷା କରାଯାଇଥିଲା।
ନବରଙ୍ଗପୁର ସଦରମକୁମା ଠାରେ ଏକ ସ୍ଥାୟୀ ହେଲି ପ୍ୟାଡ଼ ପାଇଁ ରାଜ୍ୟ ସରକାର ଆବଶ୍ୟକୀୟ ଅର୍ଥ ମଞ୍ଜୁର କରିଥିବା ଜିଲ୍ଲାପାଳ ଗୃହରେ ଜଣାଇବା ସହିତ, ନିର୍ବାହୀ ଯନ୍ତ୍ରୀ, ଗୃହ ନିର୍ମାଣ ବିଭାଗ ନବରଙ୍ଗପୁର ଙ୍କୁ କ୍ଷେତ୍ର ପରିଦର୍ଶନ କରି ତୁରନ୍ତ କାର୍ଯ୍ୟ ଆରମ୍ଭ କରିବା ପାଇଁ ନିର୍ଦେଶ ଦେଇଥିଲେ । ସେହିପରି, ନବରଙ୍ଗପୁର PWD ବଙ୍ଗଳା ଠାରୁ ଜିଲ୍ଲା ପୋଲିସ ରିଜର୍ଭ ଅଫିସ ପର୍ଯ୍ୟନ୍ତ ରାସ୍ତା କାର୍ଯ୍ୟ ର ବହୁତ ବିଳମ୍ବ ଯୋଗୁଁ ଜିଲ୍ଲାପାଳ ଅସନ୍ତୋଷ ବ୍ୟକ୍ତ କରିଥିଲେ, ଏବଂ ତୁରନ୍ତ ଶେଷ କରିବା ପାଇଁ ନିର୍ବାହୀ ଯନ୍ତ୍ରୀ ଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେଇଥିଲେ। ରାୟପୁର ଠାରୁ ବିଶାଖାପାଟଣା ପର୍ଯ୍ୟନ୍ତ ଆରମ୍ଭ ହୋଇଥିବା ଭାରତମାଳା ନବରଙ୍ଗପୁର ଜିଲ୍ଲା ଦେଇ ଯାଇଥିବା ପ୍ରୋଜେକ୍ଟର ଭୁଅର୍ଜନ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ଶେଷ କରିବା ପାଇଁ ଅତିରିକ୍ତ ଜିଲ୍ଲାପାଳ ଙ୍କୁ ଅନୁରୋଧ କରିଥିଲେ । ଚଳିତ ଗ୍ରୀଷ୍ମ ଋତୁରେ କିଭଳି ଲୋକମାନେ ପିଇବା ପାଣି ସୁବିଧାରେ ପାଇପାରିବେ, ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ବିଭାଗୀୟ ନିର୍ବାହୀ ଯନ୍ତ୍ରୀଙ୍କୁ ଜିଲ୍ଲାପାଳ ନିର୍ଦେଶ ଦେବା ସହିତ ଯେଉଁ ମାନେ ସରକାରୀ କାର୍ଯ୍ୟରେ ଅବହେଳା କରୁଛନ୍ତି, ସେମାନଙ୍କ ବିରୁଦ୍ଧରେ ବିଭାଗୀୟ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଵିଭାଗୀୟ ଅଧିକାରୀ ଙ୍କୁ ନିର୍ଦେଶ ଦେଇଥିଲେ ।

related posts

Leave a Comment