Share with
କୋମନା(ମିଥୁନ ସାଗର): ନୂଆପଡା ଜିଲ୍ଲା କୋମନା ବ୍ଲକ ଟିକ୍ରାପଡା ସ୍ଥିତ ସ୍ଥାନୀୟ ଶ୍ରୀ ଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିସରରେ ଷ୍ଟୁଡେଣ୍ଟ ରକ୍ତଦାତା ମହାସଂଘର ସଭାପତି ବିଶିକେଶନ ବାଗ ଙ୍କ ନେତୃତ୍ୱରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ସଂଘ,ସଂପାଦକ ଭୈରବ ସାହୁ ମୂଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଲେ,କୋମନା ଥାନା ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ଼,ଟିକ୍ରାପଡ଼ା ସମିତିସଭ୍ୟ ରିଣ୍ଟୁ ଦଳପତି,ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ କ୍ଷୀରୋଦ ଖମାରୀ,ଫରେଷ୍ଟ ଗାର୍ଡ ଉତ୍ତମ ମେହେର,ପ୍ରମୁଖ ସମ୍ମାନୀତ ଅତିଥି ଭାବରେ ଯୋଗଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ ବିଭିନ୍ନ ପ୍ରକାରର ପ୍ରାୟ ଦୁଇ ଶହ ରୁ ଉର୍ଦ୍ଧ ଗଛ ଲଗାଯାଇଥିଲା।ଏହି କାର୍ଯ୍ୟକ୍ରମ ରେ କୋମନା ବନ ବିଭାଗର କର୍ମଚାରୀ,ରକ୍ତଦାତା ମହାସଂଘର ସମସ୍ତ କାର୍ଯ୍ୟକର୍ତ୍ତା ଓ ସ୍ଥାନୀୟ ଭଦ୍ର ବ୍ୟକ୍ତି ଉପସ୍ଥିତ ରହି ସହଯୋଗ କରିଥିଲେ।