Home Breaking News / ତାଜା ଖବର ପାଟଣାଗଡ଼ରେ ମୁଖମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

ପାଟଣାଗଡ଼ରେ ମୁଖମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କଲେ ଶିଳାନ୍ୟାସ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ପାଟଣାଗଡ଼(ପ୍ରିୟବ୍ରତ ସରାଫ): ପାଟଣାଗଡ଼ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଲାଙ୍ଗୀର ଜିଲ୍ଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସିଥିବା ବେଳେ ବିଭିନ୍ନ ପ୍ରକଳ୍ପ ଲୋକାର୍ପଣ କରିବା ସହ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଟଣାଗଡ଼ ରମାଇ ଉଚ୍ଚ ବିଦ୍ୟାଳୟ ଖେଳପଡ଼ିଆରେ ସ୍ୱତନ୍ତ୍ର ହେଲିକେପଟର ଯୋଗେ ପହଁଚିଛନ୍ତି ।

ପାଟଣାଗଡ଼ରେ ନିର୍ବାଚନ ମଣ୍ଡଳିର ୧୧୫.୬୯ କୋଟି ବିନିମୟରେ ୨୩ ଟି ପ୍ରକଳ୍ପର ଉଦଘାଟନ କରିବା ସହ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ମୁଖ୍ୟମନ୍ତ୍ରୀ। ହରିଶଙ୍କର ମନ୍ଦିର ଏବଂ ଗନ୍ଧମାର୍ଦ୍ଦନ ପର୍ବତର ବିକାଶ ଏବଂ ପର୍ଯ୍ୟଟକଙ୍କ ସୁବିଧା ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଥିଲେ । ପରେ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅନ୍ତଭୁକ୍ତ ହିତାଧିକାରୀଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନୁସାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଥିଲେ ମୁଖ୍ୟମନ୍ତ୍ରୀ ।ପାଟଣାଗଡ଼ରେ ପ୍ରଥମେ ଶିର କରୁଆ,ସଜନୀ ବରିହା ଓ ଅବଦୁଲ ସଲିମାଙ୍କୁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲଥ କାର୍ଡ ଦେଇଥିଲେ ।

ଏହି କାର୍ଯ୍ୟକ୍ରମରେ ୫ଟି ସଚ୍ଚିବ ଭି.କେ ପାଣ୍ଡିଆନ,ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର,ଓଟିଡିସି ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର ଓ ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂହଦେଓ ଏବଂ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ପ୍ରମୁଖ ଉପସ୍ଥିତ ଥିଲେ।

related posts

Leave a Comment