Home Breaking News / ତାଜା ଖବର ଆସନ୍ତାକାଲିଠୁ ଖୋଲିବ ଶିମିଳିପାଳ

ଆସନ୍ତାକାଲିଠୁ ଖୋଲିବ ଶିମିଳିପାଳ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ବାରିପଦା: ମୟୁରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟ ଆସନ୍ତାକାଲି ନଭେମ୍ବର ୧ ତାରିଖରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ। ଏଠାକୁ ଆସିବାକୁ ଥିବା ପର୍ଯ୍ୟଟକମାନେ କୋଭିଡ-୧୯ ନିୟମାବଳୀକୁ ଅନୁସରଣ କରିବା ବାଧ୍ୟତାମୂଳକ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ ଏମ ଜଗଜୟାନନ୍ଦ କହିଛନ୍ତି ।

ଦୈନିକ ଚାରି ଚକିଆ ଯାନ(କାର ବ୍ୟତୀତ) ଯଶିପୁର କଳିଆଣି ତନଖି ଫାଟକ ଓ ବାରିପଦା ପିଠାବଟା ତନଖି ଫାଟକ ଦେଇ ଅଭୟାରଣ୍ୟ ଭିତରକୁ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯିବ।

ଉକ୍ତ ଦୁଇ ତନଖି ଫାଟକରେ ପ୍ରବେଶ ଅନୁମତି ପତ୍ର ସକାଳ ୬ଟାରୁ ୯ ଟା ପର୍ଯ୍ୟନ୍ତ ବୁକିଂ କାଉଣ୍ଟରରେ ଉପଲବ୍ଧ ରହିବ । ପ୍ରତି ପର୍ଯ୍ୟଟକଙ୍କ ପିଛା ୧୦୦ ଟଙ୍କା ପ୍ରବେଶ ଶୁଳ୍କ ଧାର୍ଯ୍ୟ କରାଯାଇଥିବା ବେଳେ, ମାର୍ଗଦର୍ଶିକା ଅନୁପାଳନ ସହିତ ଅଭୟାରଣ୍ୟକୁ ସ୍ବଚ୍ଛ ରଖିବା ପାଇଁ ପର୍ଯ୍ୟଟକ ମାନେ ଭିତରକୁ ପ୍ରବେଶ ସମୟରେ ନିଜ ସାଥିରେ ପ୍ଲାଷ୍ଟିକ ସାମଗ୍ରୀ, ମାଦକ ଦ୍ରବ୍ୟ, ଆମିଷ ଓ ଅଗ୍ନି ସଂଯୋଗକାରୀ ସାମଗ୍ରୀ ଆଦି ନେବା ଉପରେ କଟକଣା ଜାରି କରାଯିବ।

related posts

Leave a Comment