Home Breaking News / ତାଜା ଖବର ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର: ଆସନ୍ତା ଦୁଇ ସପ୍ତାହ ମଧ୍ୟରେ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ନଭେମ୍ବର ଦ୍ୱିତୀୟ ଓ ତୃତୀୟ ସପ୍ତାହରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି।

ଶୁକ୍ରବାର ଦିନ ସୁମାତ୍ରା ଦ୍ବୀପ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର-ପଶ୍ଚିମ ଦିଗ‌ରେ ଗତି କରି କ୍ରମଶଃ ଘନୀଭୂତ ହେବ ଓ ୯ ତାରିଖରେ ଲଘୁଚାପରେ ପରିଣତ ହେବ। ୧୨ ବା ୧୩ତାରିଖରେ ତାମିଲନାଡ଼ୁ ଓ ସଂଲଗ୍ନ ଦକ୍ଷିଣ ଆନ୍ଧ୍ର ଉପକୂଳରେ ଛୁଇଁବ। ଏଣୁ ବଙ୍ଗୋପସାଗରୀୟ ଲଘୁଚାପ ଅଧିକ ଘନୀଭୂତ ନ ହୋଇପାରେ। ଫଳରେ ଚେନ୍ନାଇ ସହ ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ର ଉପକୂଳରେ ପ୍ରବଳ ବର୍ଷା ହେବ।

related posts

Leave a Comment