Home Breaking News / ତାଜା ଖବର ଆସନ୍ତାକାଲି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ. ଏସ୍‍ ଜଗନମୋହନ ରେଡ୍ଡୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭେଟଘାଟ

ଆସନ୍ତାକାଲି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ. ଏସ୍‍ ଜଗନମୋହନ ରେଡ୍ଡୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭେଟଘାଟ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର : ଆସନ୍ତାକାଲି ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇ. ଏସ୍‍ ଜଗନମୋହନ ରେଡ୍ଡୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ନବୀନ-ଜଗନଙ୍କ ଏହି ଭେଟଘାଟ ନେଇ ଏବେ ଚର୍ଚ୍ଚା ଜୋର୍‍ ଧରିଛି। ଏହି ଆଲୋଚନା ମାଧ୍ୟମରେ ଦୁଇ ରାଜ୍ୟ ମଧ୍ୟରେ କେତେକ ପ୍ରସଙ୍ଗକୁ ନେଇ ଥିବା ବହୁ ଦିନର ବିବାଦରେ ପୂର୍ଣ୍ଣଚ୍ଛେଦ ପଡ଼ିବ ବୋଲି ଆଶା କରାଯାଉଛି।

ବିଶେଷକରି ଦୁଇ ରାଜ୍ୟ ମଧ୍ୟରେ ସୀମାକୁ ନେଇ ଚାଲିଆସୁଥିବା ବିବାଦ ସହ କେତେକ ଜଳସେଚନ ଓ ଜଳଭଣ୍ଡାର ପ୍ରକଳ୍ପ ନିର୍ମାଣ ସଂକ୍ରାନ୍ତ ସମାଧାନ ପାଇଁ ଦୁଇ ମୁଖ୍ୟମନ୍ତ୍ରୀ ଆଲୋଚନା କରିପାରନ୍ତି। ତେବେ ଦୁଇ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱାଧୀନ ଦଳ ଦୀର୍ଘଦିନ ଧରି ଉଭୟ ଏନ୍‍ଡିଏ ଏବଂ ୟୁପିଏ ଠାରୁ ସମଦୂରତ୍ୱ ରକ୍ଷା କରି ଆସୁଛନ୍ତି। ଏପରିସ୍ଥଳେ ଉଭୟଙ୍କ ସାକ୍ଷାତ ସମୟରେ ବର୍ତ୍ତମାନର ରାଜନୈତିକ ପୃଷ୍ଠଭୂମି ସମ୍ପର୍କରେ ଆଲୋଚନା ସମ୍ଭାବନାକୁ ଏଡ଼ାଇ ଦିଆଯାଇ ନପାରେ ବୋଲି ରାଜନୈତିକ ସମୀକ୍ଷକମାନେ ମତପ୍ରକାଶ କରିଛନ୍ତି।

related posts

Leave a Comment