Home Breaking News / ତାଜା ଖବର ପ୍ରବଳ ବର୍ଷିବ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ସୂଚନା

ପ୍ରବଳ ବର୍ଷିବ, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ସୂଚନା

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଗୁରୁବାର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ବର୍ତ୍ତମାନ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହାବାଦ୍‌ ଉତ୍ତର-ଆଭ୍ୟନ୍ତରୀଣ ତାମିଲନାଡ଼ୁରେ ସୃଷ୍ଟି ହୋଇଥିବା ଟ୍ରପ୍‌ ଲାଇନ୍‌ ଆନ୍ଧ୍ର ଦେଇ ଓଡ଼ିଶା ଉପକୂଳକୁ ବ୍ୟାପିଛି। ଏହାର ପ୍ରଭାବରେ ଆଜି ଓ ଆସନ୍ତାକାଲି ସକାଳ ସାଢ଼େ ଆଠଟା ଭିତରେ ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ରାୟଗଡ଼ା ଜିଲ୍ଲା କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଠିକ୍‌ ସେହିପରି ଶନିବାର ସକାଳ ସାଢ଼େ ଆଠଟାରୁ ରବିବାର ସକାର ୮.୩୦ ଯାଏ କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

related posts

Leave a Comment