Home Breaking News / ତାଜା ଖବର ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହେଲା କନ୍ଧମାଳ

ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହେଲା କନ୍ଧମାଳ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଫୁଲବାଣୀ: କନ୍ଧମାଳ ଲେଖିଲା ବିକାଶ ନୂଆ କାହାଣୀ । ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ଯୋଡ଼ି ହୋଇଛି କନ୍ଧମାଳ ଜିଲ୍ଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଫୁଲବାଣୀ ଗସ୍ତ କରିବା ସହ କନ୍ଧମାଳ ଜିଲ୍ଲାରେ BSKY ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀ BSKY ସ୍ମାର୍ଟକାର୍ଡରେ ଯୋଡ଼ି ହୋଇଛନ୍ତି ।

ଏଥିସହ ଜିଲ୍ଲାର ପ୍ରାୟ ୩ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦିନ ୧୧ଟାରେ ମୁଖ୍ୟମନ୍ତ୍ରୀ ଫୁଲବାଣୀ ମିନି ଷ୍ଟାଡିୟମରେ ପହଞ୍ଚିବା ସହ ହିତାଧିକାରୀଙ୍କୁ ପ୍ରଦାନ କରିଥିଲେ BSKY ସ୍ମାର୍ଟକାର୍ଡ । ପରେ ପରେ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ଯର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଏବଂ ଉଦଘାଟନ କରିଥିଲେ । ଯଦ୍ୱାରା ଆଗାମୀ ଦିନରେ କନ୍ଧମାଳ ଜିଲ୍ଲା ଉପାନ୍ତରୁ ବିକାଶର ଦ୍ୱାର ଦେଶରେ ପହଁଚିବ ।

related posts

Leave a Comment