Home Breaking News / ତାଜା ଖବର ୨୯ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ

୨୯ ତାରିଖରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର: ଆସନ୍ତା ୨୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ। ଦକ୍ଷିଣ ଆଣ୍ଡାମାନ ସାଗରରେ ଏହି ଲଘୁଚାପ ସୃଷ୍ଟି ହୋଇ ଘନୀଭୂତ ହେବ। ୪୮ ଘଣ୍ଟା ମଧ୍ୟରେ ଲଘୁଚାପଟି ଅଧିକ ଶକ୍ତିଶାଳୀ ହୋଇ ପଶ୍ଚିମ-ଉତ୍ତର- ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଏହାର ପ୍ରଭାବରେ ୨୯ ଓ ୩୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦୀପପୁଞ୍ଜରେ ବର୍ଷା ହେବ। ସେହିପରି ଗୁରୁବାର ଆଇଏମଡି ପକ୍ଷରୁ ପ୍ରକାଶ ପାଇଥିବା ବିସ୍ତାରିତ ପରିସର ଆକଳନରେ ମଧ୍ୟ ଲଘୁଚାପ ଅଧିକ ଶକ୍ତିଶାଳୀ ହେବା ନେଇ କୁହାଯାଇଛି। ବିଭାଗ ପକ୍ଷରୁ ହୋଇଥିବା ଏହି ଆକଳନରେ ଦର୍ଶାଯାଇଛି ଯେ ଲଘୁଚାପ ଟି ଘନୀଭୂତ ହୋଇ ଅବପାତରେ ପରିଣତ ହେବ ଓ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି।

related posts

Leave a Comment