Home Breaking News / ତାଜା ଖବର ଚିନ୍ତା ବଢ଼ାଇଲାଣି କରୋନାର ନୂଆ ଭାରିଏଣ୍ଟ,ପୁଣି ୩ଟି ଉପରେ ଗୁରୁତ୍ୱ

ଚିନ୍ତା ବଢ଼ାଇଲାଣି କରୋନାର ନୂଆ ଭାରିଏଣ୍ଟ,ପୁଣି ୩ଟି ଉପରେ ଗୁରୁତ୍ୱ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର : ଚିନ୍ତା ବଢ଼ାଇଲାଣି କରୋନାର ନୂଆ ଭାରିଏଣ୍ଟ ‘ଓମିକ୍ରନ୍‌’। ଦକ୍ଷିଣ ଆଫ୍ରିକାରୁ ଏହି ନୂଆ ଭାରିଏଣ୍ଟ ଏବେ ଅନ୍ୟ ୫ଟି ଦେଶକୁ ବ୍ୟାପି ସାରିଲାଣି। ଏହାକୁ ଦୃଷ୍ଟିରେ ରଖି ସବୁ ଦେଶରେ ଛନକା ପଶିଛି। କରୋନାର ନୂଆ ଭାରିଆଣ୍ଟକୁ ଦେଖି ରାଜ୍ୟ ସରକାର ମଧ୍ୟ ସତର୍କ ହୋଇଯାଇଛନ୍ତି। ଆଉ କରୋନାର ନୂଆ ଭାରିଆଣ୍ଟ ପାଇଁ ଖୁବ ଶୀଘ୍ର ରାଜ୍ୟ ସରକାର ଆଡ଼ଭାଇଜରି ମଧ୍ୟ କରିବେ ବୋଲି ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି।

ଗଣାମଧ୍ୟମକୁ ପ୍ରତିକ୍ରିୟା ଦେଇ ସ୍ୱାସ୍ଥ୍ୟ ନିର୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ଯେ କରୋନାର ନୂଆ ଭାରିଏଣ୍ଟ ଯେଉଁ ଦେଶରେ ବିପଦ ସୃଷ୍ଟି କରିଛି, ସେହି ଦେଶରୁ ଯେଉଁମାନେ ଆସିବେ ବିମାନବନ୍ଦରରେ ସେମାନଙ୍କର କୋଭିଡ ଟେଷ୍ଟ କରାଯିବ। ଯଦି ପଜିଟିଭ ଆସିଲା, ତାହେଲେ ସେମାନଙ୍କ ସାମ୍ପୁଲକୁ ଜେନଂ ସିକୁଏନ୍ସ ପାଇଁ ଆଇଏଲଏସକୁ ପଠାଯିବ। ବିଦେଶ ଫେରନ୍ତା ଉପରେ ରହିଛି ନଜର। ଯେଉଁମାନେ ବିଦେଶରୁ ଫେରିବେ, ସେମାନେ ୧୦ ଦିନ ସଙ୍ଗରୋଧରେ ରହିବେ।

related posts

Leave a Comment