Home Breaking News / ତାଜା ଖବର ୬ ଜିଲ୍ଲାରେ ପ୍ରବଳ ବର୍ଷିବ, ସଜାଗ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

୬ ଜିଲ୍ଲାରେ ପ୍ରବଳ ବର୍ଷିବ, ସଜାଗ ରହିବାକୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର : ସମ୍ଭାବ୍ୟ ଲଘୁଚାପ ନେଇ ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆର୍‌ସିଙ୍କ ଚିଠି । ଆସନ୍ତା ୩୦ରେ ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଏସ୍‌ଆର୍‌ସି କହିଛନ୍ତି । ସମସ୍ତ ସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ଜିଲ୍ଲାପାଳମାନଙ୍କୁ ଚିଡି ଲେଖିଛନ୍ତି ଏସ୍‌ଆର୍‌ସି ।

ରାଜ୍ୟରେ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଉପକୂଳ ଓଡ଼ିଶା ସହ ୬ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭବନା ରହିଛି । ଜଗତସିଂହପୁର, କେନ୍ଦ୍ରାପଡ଼ା, କନ୍ଧମାଳ, ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ବର୍ଷା ହେବାର ସମ୍ଭବନା ରହିଛି । ଏହି କାରଣରୁ ମତ୍ସଜୀବୀମାନଙ୍କୁ ୨ ତାରିଖ ପୂର୍ବରୁ ସମୂଦ୍ରରୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି ।

related posts

Leave a Comment