Home Breaking News / ତାଜା ଖବର ପାଖେଇ ଆସୁଛି ବାତ୍ୟା ‘ଜୱାଦ’, ୪ରେ ସ୍ଥଳଭାଗ ଛୁଇଁବ

ପାଖେଇ ଆସୁଛି ବାତ୍ୟା ‘ଜୱାଦ’, ୪ରେ ସ୍ଥଳଭାଗ ଛୁଇଁବ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର: ଧୀରେ ଧୀରେ ଉପକୂଳ ଆଡକୁ ପାଖେଇ ଆସୁଛି ବାତ୍ୟା ‘ଜୱାଦ’ । ଡିସେମ୍ବର ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁପାରେ ବାତ୍ୟା । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ୧୨ ଘଣ୍ଟା ମଧ୍ୟରେ ଆଣ୍ଡାମାନ ସାଗରରେ ସୃଷ୍ଟି ହେବ ଲଘୁଚାପ । ୨ ତାରିଖ ବେଳକୁ ଲଘୁଚାପ ଅବପାତର ରୂପ ନେବ । ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବ ।

ଏହା ପ୍ରଭାବରେ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଉଛି । ତେବେ ବାତ୍ୟା ଜୱାଦ କେଉଁ ସ୍ଥାନରେ ସ୍ଥଳଭାଗ ଛୁଇଁବ ସେନେଇ ଏ ପର୍ଯ୍ୟନ୍ତ କିଛି ସ୍ପଷ୍ଟ କରିନି ପାଣିପାଗ ବିଭାଗ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହାର ବେଗ ଓ ଦିଗ ସ୍ପଷ୍ଟ ହେବ । ବାତ୍ୟା ଆସୁଥିବା ନେଇ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସ୍ପଷ୍ଟ କରିଛନ୍ତି।

ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୩ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ଓ ପବନ ଆରମ୍ଭ ହେବ । ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୦ କିଲୋମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ । ବାତ୍ୟା ସ୍ଥଳଭାଗ ନିକଟବର୍ତ୍ତୀ ହେବା ବେଳେ ପବନର ବେଗ ଆହୁରି ବଢିପାରେ ବୋଲି ସେ କହିଛନ୍ତି । ମତ୍ସ୍ୟଜୀବୀ ମାନଙ୍କୁ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରିଦିଆଯାଇଛି ।

related posts

Leave a Comment