Home Breaking News / ତାଜା ଖବର ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସମ୍ବାଦପତ୍ର ହକର ମାନଙ୍କୁ ମିଳିବ ସାମାଜିକ ସୁରକ୍ଷା

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ସମ୍ବାଦପତ୍ର ହକର ମାନଙ୍କୁ ମିଳିବ ସାମାଜିକ ସୁରକ୍ଷା

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର: ସୂଚନା ଓ ସମ୍ବାଦ ପ୍ରସାରଣରେ ହକର୍‌ ମାନଙ୍କର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଖରା, ବର୍ଷା, ଶୀତ ସବୁ ସମୟରେ ସୂର୍ଯ୍ୟୋଦୟ ପୂର୍ବରୁ ସେମାନଙ୍କର ଆରମ୍ଭ ହୋଇଥାଏ କର୍ମମୟ ଜୀବନ । ଜନସାଧାରଣଙ୍କୁ ଖବର ସହ ଯୋଡିବାରେ ତାଙ୍କର ଭୂମିକା ଓ ସଂଘର୍ଷକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ସମ୍ବାଦପତ୍ର ହକର୍‌ ମାନଙ୍କ ପାଇଁ ଏକ ସାମାଜିକ ସୁରକ୍ଷା ଯୋଜନା ଘୋଷଣା କରିଛନ୍ତି।

ଯୋଜନା ଅନୁଯାୟୀ, ଓଡିଶା ଅଣସଂଗଠିତ ଶ୍ରମିକ ସାମାଜିକ ସୁରକ୍ଷା ବୋର୍ଡ ଅଧୀନରେ ପଞ୍ଜୀକୃତ ହୋଇଥିବା ସମ୍ବାଦପତ୍ର ହକର୍‌ ମାନଙ୍କୁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ। ଏହି ଯୋଜନା ଅନୁଯାୟୀ ଦୁର୍ଘଟଣାଜନିତ ମୃତ୍ୟୁ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଓ ପ୍ରାକୃତିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ।

ସେହିପରି ଦୁର୍ଘଟଣା ଯୋଗୁ ସଂପୂର୍ଣ୍ଣ ଅକ୍ଷମ ହୋଇଥିବା ହକର୍‌ ମାନଙ୍କୁ ଦେଢ ଲକ୍ଷ ଟଙ୍କା ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ଉଭୟ ଅଙ୍ଗ ହରାଇଥିବା (Loss of both limbs) ବ୍ୟକ୍ତିଙ୍କୁ ୮୦ ହଜାର ଟଙ୍କା ଏବଂ ଗୋଟିଏ ଅଙ୍ଗ ହରାଇଥିବା (Loss of one limb) ବ୍ୟକ୍ତିଙ୍କୁ ୪୦ ହଜାର ଟଙ୍କା ସହାୟତା ଦିଆଯିବ।

related posts

Leave a Comment