Home Breaking News / ତାଜା ଖବର ଆସନ୍ତା ୨୪ ଘଣ୍ଟା ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜା‌ରି

ଆସନ୍ତା ୨୪ ଘଣ୍ଟା ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜା‌ରି

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଉକ୍ତ ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଓ ମୟୁରଭଞ୍ଜ ରହିଛି।

ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜା‌ରି କରାଯାଇଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ଅନୁଗୁଳ ଓ ଢ଼େଙ୍କାନାଳ ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

related posts

Leave a Comment