Home Breaking News / ତାଜା ଖବର ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର

ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର : ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି(ନନ୍ଦ ସାର)ଙ୍କ ପରଲୋକ ହୋଇଛି। ୧୦୪ ବର୍ଷ ବୟସରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । କିଛିଦିନ ଧରି ସେ କରୋନାରେ ଆକ୍ରାନ୍ତ ହୋଇ କଳିଙ୍ଗନଗର ଡୁବୁରୀ ସ୍ଥିତ ଘରୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ । ପରେ ତାଙ୍କ ସ୍ଵାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନ୍ତାନ୍ତର ହୋଇଥିଲେ ।

ଆଜି ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ପରଲୋକ ନେଇ ନନ୍ଦ ସାରଙ୍କ ନାତି ଖଗେଶ୍ୱର ପୃଷ୍ଟିଙ୍କ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ ଗତ ନଭେମ୍ବର ୨୯ ତାରିଖରେ ନନ୍ଦ ପୃଷ୍ଟିଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖା ଦେବାରୁ ତାଙ୍କୁ ପ୍ରଥମେ ସୁକିନ୍ଦା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ତେବେ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ନଭେମ୍ବର ୩୦ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା।ସେଠାରେ ସେ କୋଭିଡ଼ ପଜିଟିଭ ଚିହ୍ନଟ ହୋଇଥିଲେ । ତାପରେ ତାଙ୍କୁ ଟାଟା କୋଭିଡ଼ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା ।

related posts

Leave a Comment