Home Breaking News ପରଲୋକରେ ସିଡିଏସ୍ ବିପିନ ରାୱତ

ପରଲୋକରେ ସିଡିଏସ୍ ବିପିନ ରାୱତ

by Times One Odia
Share with
     
 
 
   

ନୂଆଦିଲ୍ଲୀ: ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାରେ ଭାରତର ପ୍ରଥମ ତଥା ବର୍ତ୍ତମାନର ପ୍ରତିରକ୍ଷା ମୁଖ୍ୟ, ଚିଫ୍‌ ଅଫ୍ ଡିଫେନ୍ସ ଷ୍ଟାଫ୍ (ସିଡିଏସ୍) ବିପିନ ରାୱତଙ୍କର ଅକାଳ ବିୟୋଗ ହୋଇଛି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ଭାରତୀୟ ବାୟୁ ସେନା । ସେନାର ଏମଆଇ-୧୭-ଭି-ଫାଇଭ ହେଲିକପ୍ଟରରେ ପ୍ରତିରକ୍ଷା ମୁଖ୍ୟ (ସିଡିଏସ୍‌) ବିପିନ ରାୱତ, ତାଙ୍କ କର୍ମଚାରୀ ଏବଂ ପରିବାର ସଦସ୍ୟମାନେ ଯାଉଥିବା ବେଳେ କୋଏମ୍ବାଟୁର ଏବଂ ସୁଲୁର ମଧ୍ୟରେ ଥିବା ଏକ ସ୍ଥାନ କୁନୁରରେ ହେଲିକପ୍ଟରଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

କୁହାଯାଉଛି କି ଖରାପ ପାଗ ଯୋଗୁଁ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଥିଲା । ଏହି ହେଲିକପ୍ଟରରେ ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍ ବିପିନ ରାୱତ ଓ ତାଙ୍କ ପତ୍ନୀ ବି ଥିଲେ । ଉଦ୍ଧାର ହୋଇଥିବା ଲୋକଙ୍କୁ ୱିଲିଂଟନ ବେସରେ ଚିକିତ୍ସା କରାଯାଉଛି । ପ୍ରାରମ୍ଭିକ ସୂଚନା ମୁତାବକ ସିଡିଏସ ବିପିନ ରାୱତ ନିଜ ପତ୍ନୀଙ୍କ ସହ ୱିଲିଂଟନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ । ୱିଲିଂଟନ ଠାରେ ଆର୍ମ ଫୋର୍ସର ଏକ କଲେଜ ରହିଛି । ସେଠାରେ ସିଡିଏସ ବିପିନ ରାୱତ ମୁଖ୍ୟ ବକ୍ତାଭାବେ ଯୋଗ ଦେଇଥିଲେ । ସେଠାରୁ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିବା ବାଟରେ କୁନ୍ନୁର ଠାରେ ହେଲିକପ୍ଟରଟି ଦୁର୍ଘଟଣାରେ ଶିକାର ହୋଇଛି । ହେଲିକପ୍ଟରରେ ସିଡିଏସ ବିପିନ ରାୱତ, ତାଙ୍କ ପତ୍ନୀ ମଧୁଲିକା ରାୱତ, ଏସଏମ. ଭିଏସଏମ, ହରଜିନ୍ଦର ସିଂ,ଏନ.କେ ଗୁରୁସ୍ୱେକା ସିଂ, ଏନ.କେ ଜିତେନ୍ଦ୍ର କୁମାର, ଏଲ.ଏନକେ ବିବେକ କୁମାର,ଏଲ.ଏନକେ.ବି ସାଇ ତେଜା, ଓ ଏଚଏଭି ସତପାଲ ସାମିଲ ଥିଲେ ।

related posts

Leave a Comment