Home Breaking News / ତାଜା ଖବର କୋଭିଡ୍ ନୟମକୁ ପାଳନକରି ରାୟଗଡାରେ ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ

କୋଭିଡ୍ ନୟମକୁ ପାଳନକରି ରାୟଗଡାରେ ଚତୁର୍ଥ ରାଷ୍ଟ୍ରୀୟ ଲୋକଅଦାଲତ ଅନୁଷ୍ଠିତ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ରାୟଗଡ୧୧/୧୧-(ଧନେଶ୍ବର ରାଉତ)-କୋଭିଡ୍ ନୟମ କୁ ପାଳନକରି ଜିଲ୍ଲା ଆଇନ ସେବା ପ୍ରାଧିକରଣ ରାୟଗଡା ଆନୁକୂଲ୍ୟରେ ରେ ରାୟଗଡା ଜିଲ୍ଲା ସିଭିଲକୋର୍ଟ ପରିସରରେ ଆଜି ଚତୁର୍ଥ ରାଷ୍ଟ୍ରିୟ ଲେକଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏହି ଲୋକ ଅଦାଲତରେ ରାୟଗଡା ଜିଲ୍ଲା ଅଦାଲତ ସମେତ ଗୁଣୁପୁର, ବିଷମକଟକ, କାଶିପୁର ରେ ଦୀର୍ଘ ଦିନ ଧରି ପଡିରହିଥିବା 71 ଟି ମାମଲାର ଫଇସଲା ହୋଇ ଟ 53, 01329 (ତେପନ ଲକ୍ଷ ଏକ ହଜାର ତିନି ଶହ ଅଣ ତିରିଶ ) ଟଙ୍କା ଓ ପ୍ରିଲିଟିଗେସନ ସମ୍ବନ୍ଧିତ 16 ଟି ମାମଲାର ଫଇସଲା ହୋଇ ଟ.3, 78000( ତିନି ଲକ୍ଷ ଅଠସ୍ତରୀ ହଜାର) ଟଙ୍କା ସ୍ଥିର କରାଯାଇଛି । ଏହି ଲୋକ ଅଦାଲତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରା ଜଜ୍ ଶ୍ରୀ ବିକ୍ରମ କେଶରୀ ପଟ୍ଟନାୟକ ଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ହୋଇଥିବା ଏହି ଲୋକ ଅଦାଲତ କୁ ଜିଲ୍ଲା ଆଇନ ସେବା ପ୍ରାଧିକରଣର ସଚି଼ବ ଶ୍ରୀ ମନୋରଞ୍ଜନ ମିଶ୍ର ପରିଚାଳନା କରିଥିଲେ । ଏଥିରେ ପରିବାର ଅଦାଲତ ର ବିଚାରପତି ଶ୍ରୀ ଅମୃତ ରଞ୍ଜନ ନନ୍ଦ , ସ୍ଥାୟୀ ଲୋକଅଦାଲତର ଅଧ୍ୟକ୍ଷ ଶ୍ରୀ ହିମାଂଶୁ ଶେଖର ବ୍ରହ୍ମା, ଫାଷ୍ଟ ଟ୍ରାକ ଏଡିଜେ ଶ୍ରୀ ଗଣେଶ୍ୱର ପତି, ସିଜେଏମ ଶ୍ରୀ ମନୋରଞ୍ଜନ ଦାସ ରେଜିଷ୍ଟ୍ରାର ଶ୍ରୀମତି ପ୍ରତିମା ପାତ୍ର, ପ୍ରାଧିକରଣ ସଚିବ ଶ୍ରୀ ମନୋରଞ୍ଜନ ମିଶ୍ର, ବରିଷ୍ଠ ଦେୱାନୀ ବିଚାରପତି ଶ୍ରୀମତୀ ଶତରୂପା ଶତପଥୀ, ମହିଳା କୋର୍ଟ ର ବିଚାରପତି ଶ୍ରୀମତି ସୋନାଲ ଶର୍ମା, ଅନୁବିଭାଗୀୟ ଦଣ୍ଡାଧିକାରୀ ଶ୍ରୀ ରାଜେନ୍ଦ୍ର କୁମାର ଦାସ, ପ୍ରଥମ ଶ୍ରେଣୀ ଦଣ୍ଡାଧିକାରି ଶ୍ରୀ ଗୁରୁ ଚରଣ ଜେନାମଣୀ, ଗ୍ରାମ୍ୟ ନ୍ୟାୟାଧିକାରୀ ଶ୍ରୀ ଯୁଧିଷ୍ଠିର ଦଳେଇ ପ୍ରମୁଖ ଯୋଗଦେଇଥିଲେ । ରାଜ୍ୟ ସରକାରଙ୍କର କୋଭିଡ୍ ଗାଇଡଲ୍ଇନ୍ ଅନୁଯାୟୀ ମାସ୍କ ପିନ୍ଧି, ସାମାଜିକ ଦୂରତ୍ବ ରକ୍ଷାକରି ଲୋକମାନେ ଏହି ଲୋକ ଅଦାଲତରେ ଅଂଶଗ୍ରହଣ କରିଥିଲେ। ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ଜିଲ୍ଲା ଅଦାଲତ ର କର୍ମଚାରୀ ମାନେ ଏଥିରେ ସହଯୋଗ କରିଥିଲେ ।

related posts

Leave a Comment