Home Breaking News / ତାଜା ଖବର ରାଜ୍ୟରେ ଆଉ ୪ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରେ ଚିନ୍ତା ବଢିଛି

ରାଜ୍ୟରେ ଆଉ ୪ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରେ ଚିନ୍ତା ବଢିଛି

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ବର: ରାଜ୍ୟ ଆଉ ୪ ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ପରେ ଭୟ ବଢ଼ିଛି । ବିଶେଷ କରି ଏପର୍ଯ୍ୟନ୍ତ ୫ ଜଣ ନାଇଜେରିଆ ଫେରନ୍ତା ଓମିକ୍ରନ ସଂକ୍ରମିତ ଚିହ୍ନଟ ହେବା ମୁଣ୍ଡବିନ୍ଧାର କାରଣ ପାଲଟିଛି । ହେଲେ, ଆଶ୍ୱସ୍ତିର କଥା ହେଉଛି, ସେମାନଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତଙ୍କର ଆରଟିପିସିଆର ରିପୋର୍ଟ ନେଗେଟିଭ୍ ଆସିଛି । ସେହିପରି ସାରା ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ଶହ ପାର କରିଥିଲେ ବି ସେମାନଙ୍କ ମଧ୍ୟରୁ ୧୩୦ ଜଣ ସୁସ୍ଥ ହୋଇଛନ୍ତି । ଆଉ ଅଧିକାଂଶଙ୍କ ନିକଟରେ କୌଣସି ଲକ୍ଷଣ ନାହିଁ ।

ଓଡିଶାରେ ଚିହ୍ନଟ ହେଲେ ଆଉ ୪ ଓମିକ୍ରନ ଆକ୍ରାନ୍ତ । ମୋଟ ୮ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ନାଇଜେରିଆ ଫେରନ୍ତା । ରବିବାର ଚିହ୍ନଟ ହୋଇଥିବା ୪ ଓମିକ୍ରନ ସଂକ୍ରମିତଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆ ଫେରନ୍ତା ହୋଇଥିବା ବେଳେ ଅନ୍ୟ ୨ ଜଣ ସାଉଦିଆରବରୁ ଫେରିଛନ୍ତି । ଏମାନଙ୍କ ମଧ୍ୟରୁ ଜଣେ ୯ ବର୍ଷର ଶିଶୁ ଅଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନେଗେଟିଭ ହୋଇସାରିଛନ୍ତି । ନାଇଜେରିଆ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ଅନ୍ୟ ସମସ୍ତଙ୍କର ଆରଟିପିସିଆର ରିପୋର୍ଟ ନେଗେଟିଭ ଆସିଛି । ତେବେ ସାଉଦି ଆରବ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କ ଆରଟିପିସିଆର ରିପୋର୍ଟକୁ ଅପେକ୍ଷା କରାଯାଇଛି ।

related posts

Leave a Comment