Home Breaking News / ତାଜା ଖବର ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ବ୍ରଜରାଜନଗର: ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ। ନିଜ କାର୍ଯ୍ୟାଳୟରେ ବସିଥିବା ବେଳେ ହଠାତ ହୃଦଘାତ ହୋଇଥିଲ। ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ମୃତ୍ଯୁ ବେଳକୁ ତାଙ୍କୁ ୬୩ ବର୍ଷ ହୋଇଥିଲା । ସେ ଝାରସୁଗୁଡାରୁ ୩ ଥର ଓ ବ୍ରଜରାଜନଗରରୁ ଥରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ । ଥରେ ରାଜ୍ୟସଭାକୁ ମଧ୍ୟ ମନୋନିତ ହୋଇଥିଲେ । ୨୦୦୭ ରୁ ୨୦୦୯ ପର୍ଯ୍ୟନ୍ତ ବିଧାନସଭାର ବାଚସ୍ପତି ଦାୟିତ୍ବ ମଧ୍ୟ ତୁଲାଇଥିଲେ । ୨୦୦୪ ରୁ ୨୦୦୭ ପର୍ଯ୍ୟନ୍ତ ସରକାରୀ ଦଳ ମୁଖ୍ୟ ସଚେତକ ମଧ୍ୟ ଥିଲେ । ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ପଶ୍ଚିମଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଦାୟିତ୍ବ ମଧ୍ୟ ତୁଲାଇଥିଲେ ।

related posts

Leave a Comment