Home Breaking News / ତାଜା ଖବର ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଆଇଏଏସ୍ ସ୍ତରରେ ବଡ ଧରଣର ଅଦଳବଦଳ ହୋଇଛି । ରାଜ କୁମାର ଶର୍ମା ହେଲେ ସ୍ୱାସ୍ଥ୍ୟ ବିଭାଗ ଏସିଏସ । ସେହିପରି ସଞ୍ଜୀବ ଚୋପ୍ରା କୃଷି ଉତ୍ପାଦନ କମିଶନର ହୋଇଛନ୍ତି । ସତ୍ୟବ୍ରତ ସାହୁ ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପ୍ରମୁଖ ସଚିବ ହୋଇଛନ୍ତି । ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ମିଳିଛି । ସୁରେଶ କୁମାରଙ୍କୁ ବିଶିଷ୍ଠ ସାଧାରଣ ପ୍ରଶାସନ ବିଭାଗ ଓଏସଡି ଦାୟିତ୍ୱ ମିଳିଛି । ଭାସ୍କର ଜ୍ୟୋତି ଶର୍ମା ମହିଳା ଓ ଶିଶୁ ବିକାଶ ବିଭାଗ କମିଶନର ହୋଇଛନ୍ତି । ଭିପେନ୍ଦ୍ର ସିଂ ପୁନିଆଙ୍କୁ ଆଇଡିସିଓ ଏମଡି ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ସେହିପରି ମଧୁସୂଦନ ପାଢୀ ସଂସ୍କୃତ ବିଭାଗର ପ୍ରମୁଖ ସଚିବ ହୋଇଛନ୍ତି । ରଞ୍ଜନ ଚୋପ୍ରାଙ୍କୁ ଏମଏସଏମଇ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି । ହେମନ୍ତ ଶର୍ମାଙ୍କୁ ଇଡକୋ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ମିଳିଛି ।

related posts

Leave a Comment