Home Breaking News / ତାଜା ଖବର ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷଣା କଲେ ଜିଲ୍ଲାପାଳ

ବାଲ୍ୟ ବିବାହ ମୁକ୍ତ ଜିଲ୍ଲା ଭାବେ ଘୋଷଣା କଲେ ଜିଲ୍ଲାପାଳ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ବ୍ରହ୍ମପୁର, ୦୩/୦୧: ଗଞ୍ଜାମ ଜିଲ୍ଲା ହେଲା ବାଲ୍ୟ ବିବାହ ମୁକ୍ତ ଜିଲ୍ଲା । ଏନେଇ ଘୋଷଣା କରିଛନ୍ତି ଗଞ୍ଜାମ ଜ଼ିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ I ଏଥିରେ କାର୍ଯ୍ୟ କରିଥିବା ସମସ୍ତ ବ୍ୟକ୍ତି ବିଶେଷଙ୍କୁ ଶୁଭେଚ୍ଛା ଓ ଧନ୍ୟବାଦ ଜଣାଇଲେ ଜ଼ିଲ୍ଲାପାଳ I ଗଞ୍ଜାମ ଜ଼ିଲ୍ଲାରେ “ନିର୍ଭୟା କଢି” ଯୋଜନାର କାର୍ଯ୍ୟକାରିତା ପରେ ତଳ ସ୍ତରରୁ କମିଟି ଗଠନ କରାଯାଇ ଏହି ଯୋଜନାର ସଫଳ ରୂପାୟନ ଦିଗରେ ବ୍ୟାପକ ସଚେତନତା ମୂଳକ ପଦକ୍ଷେପ ସହିତ ବାଲ୍ୟ ବିବାହକୁ ରୋକିବା ନେଇ ଅନେକ ଗୁଡିଏ ଦୃଷ୍ଟାନ୍ତ ମୂଳକ ପଦେକ୍ଷପ ଗ୍ରହଣ କରାଯାଇଥିଲା I

ଗ୍ରାମ ପଞ୍ଚାୟତ ଏବଂ ବିଜ୍ଞାପିତ ଅଞ୍ଚଳ ସ୍ତରରେ ସରପଞ୍ଚଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅଙ୍ଗନୱାଡିକର୍ମୀ, ଆଶାକର୍ମୀ ଏବଂ ସହାୟିକାମାନଙ୍କୁ ନେଇ କମିଟି ଗଠନ କରାଯାଇଥିଲା I ଉକ୍ତ କମିଟିର ସର୍ଭେ ରିପୋର୍ଟକୁ ଆଧାର କରି ବ୍ଲକ ସ୍ତରରେ ପୁନଃ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ, ଜ଼ିଲ୍ଲା ଶିଶୁ ବିକାଶ ଯୋଜନା ଅଧିକାରୀ ଏବଂ ସମନ୍ବିତ ଶିଶୁ ବିକାଶ ଯୋଜନା ଅଧିକାରୀ ଏହାର ପ୍ରକୃତ ସତ୍ୟା ସତ୍ୟ ଯାଞ୍ଚ କରିବା ସହିତ ଅନୁସନ୍ଧାନ ରିପୋର୍ଟ ଜ଼ିଲ୍ଲା ସ୍ତରରେ ସମ୍ପୃକ୍ତ ଗ୍ରାମକୁ ବାଲ୍ୟ ବିବାହ ମୁକ୍ତ ଗ୍ରାମ ଭାବେ ଘୋଷଣା କରିବା ସକାଶେ ଉପସ୍ଥାପନ କରିଥିଲେ I ଗତ ଦୁଇ ବର୍ଷ ମଧ୍ୟରେ ବିଭିନ୍ନ ସ୍ତରରେ ୧୪,୪୪୨ ଗୋଟି ବୈଠକ ହୋଇଛି I

related posts

Leave a Comment