Home Breaking News ରାଜ୍ୟରେ ୧୦୦ ଅତିକ୍ରମ କଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୨୮ ସଂକ୍ରମିତ

ରାଜ୍ୟରେ ୧୦୦ ଅତିକ୍ରମ କଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୨୮ ସଂକ୍ରମିତ

by Times One Odia
Share with
     
 
 
   

ଭୁବନେଶ୍ବର ୧୦।୧: ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୮ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି । ଆଉ ୨୮ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ତାରିଖରେ ୧୪ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୧୦ ତାରିଖରେ ୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୧୦୩କୁ ବୃଦ୍ଧି ହୋଇଛି ।

related posts

Leave a Comment