Home Breaking News / ତାଜା ଖବର ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ଭୁବନେଶ୍ୱର ୧୩।୦୧: ବାଜିଲା ପଞ୍ଚାୟତ ନିର୍ବାଚନ ପାଇଁ ବିଗୁଲ । ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନିର୍ବାଚନ ଅଧିକାରୀ ଜାରି କଲେ ବିଜ୍ଞପ୍ତି । ପଞ୍ଚାୟତ ନିର୍ବାଚନ ଲାଗି ଜାନୁଆରୀ ୧୭ ତାରିଖରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ ।

ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟଙ୍କ ପାଇଁ ବିଜ୍ଞପ୍ତି । ଏହାସହିତ ଜିଲ୍ଲା ଓ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ସଭ୍ୟଙ୍କ ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି । ନିର୍ବାଚନ ପାଇଁ ଜାନୁଆରୀ ୧୭ ତାରିଖରୁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଏହା ଜାନୁଆରୀ ୨୧ ଯାଏଁ ଚାଲିବ ।

୨୨ରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ସେହିପରି ୨୫ ତାରିଖ ଯାଏଁ ପ୍ରାର୍ଥୀପତ୍ର ପ୍ରତ୍ୟାହାର ସୁଯୋଗ ମିଳିବ । ଜାନୁଆରୀ ୨୫ରେ ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା । ୫ମ ପର୍ଯ୍ୟାୟରେ ହେବାକୁ ଥିବା ନିର୍ବାଚନରେ ଫେବୃଆରୀ ୧୬ରେ ପ୍ରଥମ, ୧୮ରେ ଦ୍ୱିତୀୟ, ୨୦ରେ ତୃତୀୟ, ଚତୁର୍ଥ ପର୍ଯ୍ୟାୟ ୨୨ ଓ ଫେବୃଆରୀ ୨୪ ତାରିଖରେ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ ।

related posts

Leave a Comment