Home Breaking News / ତାଜା ଖବର ରାଜ୍ୟରେ ୨୦୦ ଅତିକ୍ରମ କଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୩୨ ସଂକ୍ରମିତ

ରାଜ୍ୟରେ ୨୦୦ ଅତିକ୍ରମ କଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ଆଉ ୩୨ ସଂକ୍ରମିତ

by Times One Odia
Share with
  •  
  •  
  •  
  •  
  •  
  •  
  •  
  •  
  •  
  •  

ରାଜ୍ୟରେ ଚିହ୍ନଟ ହେଲେ ଆଉ ୩୨ ନୂଆ ଓମିକ୍ରନ୍ ସଂକ୍ରମିତ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଆଉ ୩୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ନେଇ ସ୍ବାସ୍ଥ୍ୟ ବିଭାଗକୁ ILS ଅବଗତ କରିଛି । ଡିସେମ୍ବର ୨୧ରେ ରାଜ୍ୟରେ ପ୍ରଥମ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ପରେ ଡିସେମ୍ବର ୨୩ ତାରିଖରେ ଆଉ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ୨୬ ତାରିଖରେ ଆଉ ୪ ଜଣ, ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଜାନୁଆରୀ ୨ ତାରିଖରେ ୨୩ ଜଣ, ୫ ତାରିଖରେ ୨୪ ଜଣ, ୮ ତାରିଖରେ ୧୪ ଜଣ, ୧୨ ତାରିଖରେ ୬୭ ଜଣ ଓମିକ୍ରନ୍ ସଂକ୍ରମିତ ହୋଇଥିବା ବେଳେ ୧୫ ତାରିଖରେ ୩୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତ ସଂଖ୍ୟା ୨୦୨କୁ ବୃଦ୍ଧି ହୋଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୨୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୬୧୮୦୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୫୨୩୯୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୬୫୫୪୩୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

related posts

Leave a Comment