ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୫ରୁ ଊର୍ଧ୍ବ ଜିଲ୍ଲାକୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ ପାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ରହିଛି। ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁକୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ରାଜ୍ୟର ରାୟଗଡ଼ାରେ ସର୍ବାଧିକ ୨୭.୬ ଡିଗ୍ରି ସେଲସିୟସ ତାପମାତ୍ରା ରହିଥିବା ବେଳେ କେନ୍ଦୁଝରରେ ସର୍ବନିମ୍ନ ୧୦.୦ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।
ଜାନୁଆରି ୧୮ରୁ ୧୯ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ,, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ ଓ କଟକ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁହୁଡି ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଏହି ସମୟରେ ରାସ୍ତାରେ ଗାଡ଼ି ଚଲାଇବା ବେଳେ ସାବଧାନତା ଅବଲମ୍ବନ କରିବାକୁ ବି କୁହାଯାଇଛି।