Home Breaking News ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ଭୟଭୀତ ନ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

by Times One Odia
Share with
     
 
 
   

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ କୋଭିଡ-୧୯ ରୋଗ ନିୟନ୍ତ୍ରଣ ସଂପର୍କରେ ସମୀକ୍ଷା କରି କହିଛନ୍ତି ଯେ ବର୍ତ୍ତମାନ ପରିସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଅଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ ନିୟମାବଳୀକୁ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଜନସାଧାରଣଙ୍କ ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କୋଭିଡ ନିୟନ୍ତ୍ରଣ ପାଇଁ ପଦକ୍ଷେପ ନେଇଛନ୍ତି। ଜନସାଧାରଣଙ୍କ ସହଯୋଗ ମିଳିଲେ, ଜୀବନ ଜୀବିକାକୁ ପ୍ରଭାବିତ ନ କରି ଆମେ ପରିସ୍ଥିତିର ମୁକାବିଲା କରିପାରିବା।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତୃତୀୟ ଲହରରେ ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ପରିଚାଳନା ଠିକ୍‌ ରହିଛି । ଗତ କିଛି ଦିନ ମଧ୍ୟରେ ଦୈନିକ କୋଭିଡ ସଂଖ୍ୟା ପ୍ରାୟତଃ ସ୍ଥିର ରହିଛି । ଦେଶର ବଡ ବଡ ସହରରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଆରମ୍ଭ ହେଲାଣି । ରୋଗୀମାନଙ୍କ ଲକ୍ଷଣ ସାମାନ୍ୟ ରହୁଛି ଏବଂ ଖୁବ କମ୍‌ ରୋଗୀଙ୍କୁ ହସ୍‌ପିଟାଲ ଯିବାକୁ ପଡୁଛି । ଏସବୁ ସୂଚନା ଉତ୍ସାହପ୍ରଦ ହେଲେ ମଧ୍ୟ ଆମ ସମସ୍ତଙ୍କୁ ସଂପୂର୍ଣ୍ଣ ସତର୍କ ଓ ପ୍ରସ୍ତୁତ ରହିବାକୁ ପଡିବ ।

related posts

Leave a Comment