ରାଜ୍ୟ ରାଜଧାନୀରେ ବଢ଼ୁଛି କରୋନା ସଂକ୍ରମଣ। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ୧୪ଶହ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ଘଣ୍ଟାରେ ଭୁବନେଶ୍ବରରେ ୧୪୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯାହା ରାଜଧାନୀବାସୀଙ୍କ ଚିନ୍ତା ବଢ଼ାଇଛି। ଆଜି ଗତ ୨୪ ଘଣ୍ଟା ମଧ୍ୟରେ ୧୪୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି।
ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୪୪ଜଣ ଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୩୭୦ ଜଣ ରହିଛନ୍ତି। ଏଯାବତ ରାଜଧାନୀରୁ ୧୩୭୭୧୨ଜଣ ଚିହ୍ନଟ ହୋଇଥିବା ବେଳେ ୧୨୬୪୦୯ ଜଣ କରୋନାରେ ସଂକ୍ରମିତ ସୁସ୍ଥ ହୋଇଥିବା ଭୁବନେଶ୍ବର ମହାନଗର ନିଗମ ସୂଚନା ଦେଇଛି। ଏବେ ବି ଭୁବନେଶ୍ବରରେ ୧୦୧୭୭ ଜଣ ସକ୍ରିୟ କରୋନା ଆକ୍ରାନ୍ତ ଥିବା ବେଳେ ୧୧୦୫ଜଣଙ୍କର ମୃତ୍ୟୁ ହୋଇଛି। ସକ୍ରିୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାକୁ ଦୃଷ୍ଟିରେ ରଖି ଏବେ ବି ଆମକୁ ସତର୍କ ରହିବା ସହିତ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ଅବଲମ୍ବନ କରିବାକୁ ସରକାର ପରାମର୍ଶ ଦେଇଛନ୍ତି।