Home Breaking News ୨୧ରୁ ଉତ୍ତର ଓଡ଼ିଶାରେ ବର୍ଷା

୨୧ରୁ ଉତ୍ତର ଓଡ଼ିଶାରେ ବର୍ଷା

by Times One Odia
Share with
     
 
 
   

ଭୁବନେଶ୍ୱର : ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଏଥିସହ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମଧରଣର କୁହୁଡ଼ି ପଡ଼ିବ। ୨୨ ତାରିଖରେ ଉତ୍ତର ଓଡ଼ିଶା ସମେତ ବରଗଡ଼, ଝାରସୁଗୁଡ଼ା, ୨୩ରେ କେନ୍ଦ୍ରାପଡ଼ାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ତେବେ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ଆଶଙ୍କା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳବର୍ତ୍ତୀ ଜିଲ୍ଲା, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜର କିଛି ସ୍ଥାନରେ କୁହୁଡ଼ି ପଡ଼ିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

related posts

Leave a Comment