Home Breaking News ଦେଶରେ ପୁଣି ଏକ ନମ୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଦେଶରେ ପୁଣି ଏକ ନମ୍ବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

by Times One Odia
Share with
     
 
 
   

ପୁଣି ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଇଣ୍ଡିଆ ଟୁଡେ ସର୍ଭେର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭାବେ ସ୍ଥାନ ପାଇଲେ ନବୀନ ପଟ୍ଟନାୟକ । ସର୍ଭେ ରିପୋର୍ଟରେ ଶୀର୍ଷରେ ରହିଛନ୍ତ ନବୀନ ପଟ୍ଟନାୟକ ।

୭୧.୧ ପ୍ରତିଶତ ଲୋକଙ୍କ ପସନ୍ଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ରିପୋର୍ଟରେ କୋଭିଡ-୧୯ ପରିଚାଳନାରେ ରାଜ୍ୟ ସରକାରଙ୍କ ସଫଳତାକୁ ପ୍ରଶଂସା କରାଯାଇଛି । ସେହିପରି ମହାମାରୀ ମୁକାବିଲାରେ ବି ଓଡ଼ିଶା ଏକ ନମ୍ବର ହୋଇଛି । ଜନକଲ୍ୟାଣ ଯୋଜନା ଓ ଲୋକାଭିମୁଖୀ ଶାସନର ରୋଲ୍ ମଡେଲ ହେଉଛନ୍ତି ନବୀନ ପଟ୍ଟନାୟକ । ରାଜ୍ୟରେ ବିକାଶ, ସ୍ୱଚ୍ଛ ଓ ଦୁର୍ନୀତିମୁକ୍ତ ଶାସନକୁ ପାଥେୟ କରି ଏହି ସର୍ଭେ କରାଯାଇଛି । ନାରୀ ସଶକ୍ତିକରଣ, ସ୍ଥିରତା, ସୁଶାସନ, ଦୁର୍ନୀତି ଓ ଭ୍ରଷ୍ଟାଚାରମୁକ୍ତ ଓଡ଼ିଶା ଗଠନରେ ନବୀନ ସାଜିଛନ୍ତି ଷ୍ଟେଟସ୍ ମ୍ୟାନ୍ । ସଫଳ କୋଭିଡ୍ ପରିଚାଳନା ପାଇଁ ଓଡ଼ିଶାକୁ ୭୬.୭ ପ୍ରତିଶତ ଲୋକଙ୍କଠାରୁ ମିଳିଛି ସମର୍ଥନ ।

ଦ୍ୱିତୀୟରେ ଉତ୍ତରପ୍ରଦେଶ, ତୃତୀୟ ଆସାମ, ଚତୁର୍ଥରେ ତାମିଲନାଡୁ ଓ ପଞ୍ଚମରେ ମହାରାଷ୍ଟ୍ର ରହିଛି । ଲୋକପ୍ରିୟତାରେ ନବୀନଙ୍କ ପଛକୁ ରହିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୬୯.୯ ପ୍ରତିଶତ ଲୋକ ମମତାଙ୍କୁ ପସନ୍ଦ କରିଛନ୍ତି । ତୃତୀୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ରହିଛନ୍ତି ।

related posts

Leave a Comment