September 26, 2023

Times One Odia

Odia News Portal

ସପ୍ତମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତିଶ କୁମାର

ପାଟନା: ଆଜି ପାଟନାରେ ସପ୍ତମ ଥର ପାଇଁ ବିହାରର ମୁଖ୍ୟମନ୍ତ୍ରୀ ଭାବେ ନୀତିଶ କୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ କରାଇଛନ୍ତି ଶପଥ ପାଠ । ନୀତିଶ କୁମାରଙ୍କ ସହିତ ତାରକେଶ୍ବର ପ୍ରସାଦ ଏବଂ ରେଣୁ ଦେବୀ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ହିତ ୧୪ ଜଣ ମନ୍ତ୍ରୀ ମଧ୍ୟ ଶପଥ ଗ୍ହଣ କରିଛନ୍ତି । ଆଜିର ଶପଥ ଗ୍ରହଣ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ଜାତୀୟ ସଭାପତି ଜେପି ନାଡା ଯୋଗ ଦେଇଥିଲେ । ଗତକାଲି ପାଟନାରେ ଏନଡିଏର ବିଧାୟକ ଦଳ ବୈଠକରେ ନୀତିଶ କୁମାରଙ୍କୁ ବିଧାୟକ ଦଳ ନେତା ଭାବେ ମନୋନୀତ କରାଯାଇଥିଲା । ପାଟନାରେ ହୋଇଥିବା ବିଧାୟକ ଦଳ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିହାରର ନିର୍ବାଚନ ପ୍ରଭାରୀ ଦେବେନ୍ଦ୍ର ଫଡଣବୀସ, ବିହାରର ବିଜେପି ପ୍ରଭାରୀ ଭୂପେନ୍ଦ୍ର ଯାଦବ, କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ନିତ୍ୟାନନ୍ଦ ରାୟ ପ୍ରମୁଖ ଉପସ୍ଥିତ ଥିଲେ।

ଗତକାଲି ପାଟନାରେ ହୋଇଥିବା ବିଧାୟକ ଦଳ ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ବିହାରର ନିର୍ବାଚନ ପ୍ରଭାରୀ ଦେବେନ୍ଦ୍ର ଫଡନାବିସ, ବିହାରର ବିଜେପି ପ୍ରଭାରୀ ଭୂପେନ୍ଦ୍ର ଯାଦବ, କେନ୍ଦ୍ର ଗୃହ ରାଜ୍ୟ ମନ୍ତ୍ରୀ ନିତ୍ୟାନନ୍ଦ ରାୟ ପ୍ରମୁଖ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *