September 27, 2023

Times One Odia

Odia News Portal

ଲଘୁଚାପ ପ୍ରଭାବ: ପ୍ରବଳ ଛେଚିବ

1 min read

ଭୁବନେଶ୍ୱର: ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷା। ପଶ୍ଚିମ-କେନ୍ଦ୍ରୀୟ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୫ ଦିନ ଧରି ବର୍ଷା ହେବ। ଗଞ୍ଜାମ, ପୁରୀ, କନ୍ଧମାଳ ଓ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି।

ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜରି କରାଯାଇଛି। ଅକ୍ଟୋବର ୧ରୁ ୨ ତାରିଖ ମଧ୍ୟରେ ଜଗତସିଂହପୁର, କଟକ, ପୁରୀ, କେନ୍ଦ୍ରାପଡା ଏବଂ ଢ଼େଙ୍କାନାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ତେଣୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave a Reply

Your email address will not be published. Required fields are marked *